ରାଜ୍ୟ

Teachers’ Day celebrated: କଟକ ବୋର୍ଡ ହାଇସ୍କୁଲରେ ଗୁରୁ ଦିବସ ପାଳନ, ପିଲାଙ୍କୁ ପାଠ ପଢାଇଲେ ମୁଖ୍ୟମନ୍ତ୍ରୀ

କଟକ ବୋର୍ଡ ହାଇସ୍କୁଲରେ ଗୁରୁ ଦିବସ ପାଳନ। ପିଲାଙ୍କୁ ପାଠ ପଢାଇଲେ ମୁଖ୍ୟମନ୍ତ୍ରୀ । କଟକରେ ରାଜ୍ୟସ୍ତରୀୟ ଗୁରୁ ଦିବସ ଉତ୍ସବରେ ଯୋଗଦେବାକୁ ଯାଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କ ସହ ସିଧାସଳଖ ଆଲୋଚନା କରିଛନ୍ତି । ସେ ଏହି ଅବସରରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ମୂଲ୍ୟବାନ ପରାମର୍ଶ ଦେଇଛନ୍ତି । ମୋବାଇଲ ବ୍ୟବହାର କମାଇବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଛାତ୍ରଛାତ୍ରୀମାନଙ୍କୁ ମୋବାଇଲ୍ ଫୋନ୍ ଏବଂ ସୋସିଆଲ ମିଡିଆର ବ୍ୟବହାର ସୀମିତ କରି ନିଜ ପାଠପଢ଼ା ଏବଂ କ୍ୟାରିୟର ଉପରେ ମନୋନିବେଶ କରିବାକୁ ଆହ୍ୱାନ ଦେଇଛନ୍ତି । ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଛି । ଓଡ଼ିଶାର ଶିକ୍ଷା ବ୍ୟବସ୍ଥାରେ ସୁଧାର ଏବଂ ଯୁବପିଢ଼ିଙ୍କ ଶକ୍ତିକୁ ଉପଯୋଗ କରି ଏକ ସମୃଦ୍ଧ ଓଡ଼ିଶା ଗଠନ କରିବାକୁ ସେ ଗୁରୁତ୍ୱ ଦେଇଛନ୍ତି ।.

Leave a Reply

Your email address will not be published. Required fields are marked *

Back to top button