
Petrol Diesel Price: ପେଟ୍ରୋଲ ଓ ଡିଜେଲ ଦରରେ ସାମାନ୍ୟ ପରିବର୍ତ୍ତନ, ତେଲ ପାଇବା ପୂର୍ବରୁ ଜାଣିନିଅନ୍ତୁ ଦାମ୍
ଆଜି ପେଟ୍ରୋଲ ଓ ଡିଜେଲ ଦରରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୯.୩୩ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୧୦୧.୦୨ ପଇସା ରହିଛି । ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୨ ଟଙ୍କା ୧୨ ପଇସା ଓ ଡିଜେଲ ଦର ୯୫ ଟଙ୍କା ୨୦ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୧୧ଟଙ୍କା ୧୮ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୯.୧୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୧୩. ୪୮ ଟଙ୍କା ଥିବାବେଳେ ଡିଜେଲ ଦର ୯୯ ଟଙ୍କା ୮୨ ପଇସା ରହିଛି ।
ଚେନ୍ନାଇରେ ପେଟ୍ରୋଲ ଦର ୧୦୭ ଟଙ୍କା ୯୪ ପଇସା ଥିବା ବେଳେ ଡିଜେଲ ଦାମ ୯୯ ଟଙ୍କା ୭୧ ପଇସା ରହିଛି । ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।