ରାଜ୍ୟ

School And Anganwadi Close: ବର୍ଷା ପାଇଁ ୧୨ ଜିଲ୍ଲାରେ ସ୍କୁଲ ଓ ଅଙ୍ଗନୱାଡ଼ି ବନ୍ଦ

ଗଭୀର ଅବପାତ ପ୍ରଭାବ ଯୋଗୁଁ ରାଜ୍ୟରେ ବର୍ଷା ଜାରି । ବର୍ଷା ପାଇଁ ୧୧ ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ଘୋଷଣା କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ ରାଜ୍ୟର ଉପକୂଳ ତଥା ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଛି । ସମ୍ଭାବ୍ୟ ବନ୍ୟା, ଜଳବନ୍ଦୀ ଓ ଭୂସ୍ଖଳନ ଆଶଙ୍କାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ସୁରକ୍ଷାମୂଳକ ପଦକ୍ଷେପ ସ୍ୱରୂପ ବିଭିନ୍ନ ଜିଲ୍ଲାରେ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ଅଙ୍ଗନୱାଡ଼ି କେନ୍ଦ୍ରଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି । ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡ଼ା, ନୟାଗଡ଼, ପୁରୀ, କଳାହାଣ୍ଡି, ବଲାଙ୍ଗୀର, ଜଗତସିଂହପୁର ଓ କଳାହାଣ୍ଡିରେ ଆଜି ସମସ୍ତ ସ୍କୁଲ ଓ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ରହିବ ।

ଅନ୍ୟପଟେ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ଜଳବନ୍ଦୀ, ରାସ୍ତାଘାଟରେ ପାଣି ଜମିବା ଏବଂ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ରହିଥିବାରୁ ସତର୍କ ରହିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି । ତେବେ ପରିସ୍ଥିତି ଉପରେ ପ୍ରଶାସନ ଓ ସମ୍ପୃକ୍ତ ବିଭାଗଗୁଡ଼ିକ ନଜର ରଖିଥିବା ବେଳେ, ଲୋକଙ୍କୁ ଅତ୍ୟାବଶ୍ୟକ ନଥିଲେ ଘରୁ ବାହାରିବାରୁ ଦୂରେଇ ରହିବାକୁ କୁହାଯାଇଛି ।

Leave a Reply

Your email address will not be published. Required fields are marked *

Back to top button