
Gold Silver Price: ସୁନା ଓ ରୁପା ଦାମରେ ସାମାନ୍ୟ ବୃଦ୍ଧି, ଗହଣା କିଣିବା ପୂର୍ବରୁ ମୂଲ୍ୟ ଉପରେ ନଜର ପକାନ୍ତୁ
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୯,୫୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୭,୧୦୦ ଟଙ୍କା ଛୁଇଁଛି ।
ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୯,୫୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୭,୧୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୯,୫୭୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୩୭,୧୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୯,୭୦୦ ଟଙ୍କା ଓ ୨୨ କ୍ୟାରଟେ ୧,୩୭,୨୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୯,୫୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୭,୧୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୯,୫୭୦ ଓ ୨୨ କ୍ୟାରେଟ ମୂଲ୍ୟ ଦର ୧,୩୭,୧୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୩୫,୦୦୦ ଟଙ୍କା ହୋଇଛି ।