ରାଜ୍ୟ

Vigilance Raid: ଭିଜିଲାନ୍ସ ଜାଲରେ ଧର୍ମଶାଳା ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ, ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ

ଭିଜିଲାନ୍ସ ଜାଲରେ ABEO । ଆୟ ବହିର୍ଭୂତ ସମ୍ପତ୍ତି ଠାବ ଅଭିଯୋଗରେ ଯାଜପୁର ଜିଲ୍ଲା ଧର୍ମଶାଳା ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ ଜୟଦେବ ଜେନାଙ୍କ ଘରେ ରେଡ୍ । ଏକକାଳୀନ ୭ଟି ସ୍ଥାନରେ ଚାଲିଛି ଚଢାଉ । ଭୁବନେଶ୍ୱରର ପାତ୍ରପଡ଼ାରେ ଥିବା ତିନି ମହଲା କୋଠା, ଗଞ୍ଜାମ ଜିଲ୍ଲା ପି. ନୂଆଗାଁରେ ଥିବା ଦୁଇ ମହଲା କୋଠା ଓ ଅନ୍ୟ ଏକ କୋଠାରେ ଚଢ଼ାଉ ହେଉଛି ।

ସେହିପରି ଗଞ୍ଜାମ ଜିଲ୍ଲା ବୁରୁଝରି ଏବଂ ଭୁବନେଶ୍ୱରର ଖଣ୍ଡଗିରିସ୍ଥିତ ଜନନୀ ବିହାରରେ ଥିବା ତାଙ୍କ ସମ୍ପର୍କୀୟଙ୍କ ଘର ସମେତ ଯାଜପୁର ଜିଲ୍ଲା ଜାରକାରେ ଥିବା ଭଡ଼ା ଘର ଓ କାର୍ଯ୍ୟାଳୟ ପ୍ରକୋଷ୍ଠରେ ମଧ୍ୟ ତଲାସୀ ଚାଲିଛି । ଭୁବନେଶ୍ୱର, ଗଞ୍ଜାମ ଓ ଯାଜପୁର ଜିଲ୍ଲାରେ ଏହି ଚଢ଼ାଉ ଜାରି ରହିଛି ।

ଭିଜିଲାନ୍ସର ୩ ଜଣ ଅତିରିକ୍ତ ଏସ୍ ପି, ୪ ଜଣ ଡିଏସ୍ ପି, ୯ ଜଣ ଇନ୍ସପେକ୍ଟର ଓ ଅନ୍ୟ କର୍ମଚାରୀଙ୍କୁ ନେଇ ଗଠିତ ଟିମ୍ ଏହି ଚଢ଼ାଉରେ ସାମିଲ ହୋଇଛନ୍ତି । ବ୍ରହ୍ମପୁର ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ତଲାସୀ କରାଯାଉଛି ।

Leave a Reply

Your email address will not be published. Required fields are marked *

Back to top button